Heavy RaiOdisha Weather Update: Heavy Rain Alert & IMD Warning Issued/ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା, ୩ ଜିଲ୍ଲାକୁ ଅରେଞ୍ଜ-ରେଡ୍ ୱାର୍ଣ୍ଣିଂ!

ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା: ମୟୂରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝର ପାଇଁ ଅରେଞ୍ଜ ଓ ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୧୬ ଅଗଷ୍ଟ ୨୦୨୬ :ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ପୁଣି ବୃଦ୍ଧି ପାଇବାକୁ ଯାଉଛି ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗ (IMD) ର ପୂର୍ବାନୁମାନ ଅନୁଯାୟୀ, ଉତ୍ତର ଓ ଉପକୂଳ ଓଡ଼ିଶାର ଅନେକ ଜିଲ୍ଲାରେ ଆଜିଠାରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ସମ୍ବେଦନଶୀଳ ଜିଲ୍ଲାଗୁଡ଼ିକ ପାଇଁ ସତର୍କ ସୂଚନା ਜାରି କରାଯାଇଛି।

ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ପାଇଁ ସତର୍କତା

ଆଜି (ରବିବାର) ମୟୂରଭଞ୍ଜ, ବାଲେଶ୍ବର, ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ IMD ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହିତ ଆସନ୍ତାକାଲି (୧୭ ଅଗଷ୍ଟ) ବର୍ଷାର ପରିମାଣ ଆହୁରି ବୃଦ୍ଧି ପାଇବା ସହ କେତେକ ସ୍ଥାନରେ ଆତି ପ୍ରବଳ (Extremely Heavy Rainfall) ବର୍ଷା ହେବା ନେଇ ରେଡ୍ ୱାର୍ଣ୍ଣିଂ ମଧ୍ୟ ଦିଆଯାଇଛି।
ଅନ୍ୟପଟେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନ୍ୟ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୩୫ ରୁ ୪୫ କିଲୋମିଟର ଏବଂ ସର୍ବାଧିକ ୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଆସନ୍ତା ୧୮ ଅଗଷ୍ଟ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛ.ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା, ସହରାଞ୍ଚଳରେ ଟ୍ରାଫିକ୍ ବାଧାପ୍ରାପ୍ତ ଏବଂ ମୟୂରଭଞ୍ଜ ଓ ବାଲେଶ୍ୱରର ପ୍ରମୁଖ ନଦୀଗୁଡ଼ିକ (ବୁଢ଼ାବଳଙ୍ଗ, ଜଳକା) ର ଜଳସ୍ତର ବୃଦ୍ଧି ପାଇବା ନେଇ ଆଶଙ୍କା ପ୍ରକାଶ ପାଇଛି। ଏହାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲା ପ୍ରଶାସନଗୁଡ଼ିକୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *