ଖଣ୍ଡଗିରି ଓଭରବ୍ରିଜ୍ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ମୃତ
ଭୁବନେଶ୍ୱର: ଭୁବନେଶ୍ୱର ଖଣ୍ଡଗିରି ଓଭରବ୍ରିଜ୍ ଉପରେ ଏକ ଅଜ୍ଞାତ ଗାଡ଼ି ଧକ୍କାରେ ଦୁଇ ଜଣ ମୋଟରସାଇକେଲ ଆରୋହୀ ଯୁବକଙ୍କ ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ ଅଜ୍ଞାତ ଗାଡ଼ି ବାଇକ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ଦୁର୍ଘଟଣା ଯୋଗୁଁ ଉଭୟ ଯୁବକଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଛି।
ଖବର ପାଇ ଖଣ୍ଡଗିରି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି। ଦୁର୍ଘଟଣା ଘଟାଇଥିବା ଗାଡ଼ି ଓ ଚାଳକଙ୍କୁ ଚିହ୍ନଟ କରିବା ପାଇଁ ପୋଲିସ ସ୍ଥାନୀୟ ଅଞ୍ଚଳର ସିସିଟିଭି (CCTV) ଫୁଟେଜ୍ ଯାଞ୍ଚ କରିବା ସହ ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ।

