Odisha Weather Update: Low-Pressure System Likely Today, Heavy Rain Expected for Next 3 Days/ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ଲଘୁଚାପ; ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା; ପୁଣି ବଦଳିବ କି ଓଡ଼ିଶାର ପାଗ?

ଭୁବନେଶ୍ୱର: ରାଜ୍ୟରେ ପୁଣିଥରେ ପାଗ ବଦଳିବା ନେଇ ସଙ୍କେତ ମିଳିଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ଆଜି ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଆଗାମୀ କିଛି ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିପାରେ।
ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଲଘୁଚାପ ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ରାଜ୍ୟର କିଛି କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ତେବେ ଏହା କେତେ ପରିମାଣରେ ପ୍ରଭାବ ପକାଇବ, ସେନେଇ ପାଣିପାଗ ବିଭାଗ ନଜର ରଖିଛି। ଲଗାତାର ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖି ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *