Bay Of Bengal Weather Update: Torrential Rain Hits Coastal & South Odisha/ବଙ୍ଗୋପସାଗରରେ ଗଭୀର ଅବପାତ: ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା, ୧୧ ଜିଲ୍ଲାକୁ ଆଲର୍ଟ
ବଙ୍ଗୋପସାଗରରେ ଗଭୀର ଅବପାତ: ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା, ୧୧ ଜିଲ୍ଲାକୁ ଆଲର୍ଟ ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଅଧିକ ଘନୀଭୂତ ହୋଇ ଗଭୀର ଅବପାତ (Deep Depression)ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହି ସିଷ୍ଟମଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଗୋପାଳପୁର ଓ ବିଶାଖାପାଟଣା ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ।…


